ପଦ୍ମଶ୍ରୀ କମଳା ପୂଜାରୀ ଅସୁସ୍ଥ, ହସ୍ପିଟାଲରେ ଭର୍ତ୍ତି

0

ଜୟପୁର: ପଦ୍ମଶ୍ରୀ କମଳା ପୂଜାରୀ ଅସୁସ୍ଥ ହୋଇଛନ୍ତି । ଚିକିତ୍ସା ପାଇଁ ତାଙ୍କୁ କୋରାପୁଟର ସହିଦ ଲକ୍ଷ୍ମଣ ନାୟକ ମେଡିକାଲ କଲେଜ ଓ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ଗତକାଲି ସେ ଅଧିକ ଅସୁସ୍ଥ ଅନୁଭବ କରିଥିଲେ । ବର୍ତ୍ତମାନ କମଳା ପୂଜାରୀଙ୍କ ସ୍ୱାସ୍ଥ୍ୟାବସ୍ଥା ସ୍ଥିର ଥିବା ସୂଚନା ମିଳିଛି । ଚିକିତ୍ସା କରୁଛନ୍ତି ସ୍ୱତନ୍ତ୍ର ଡାକ୍ତରୀ ଟିମ୍ ।

 

କମଳା ପୂଜାରୀଙ୍କ ରକ୍ତ ଚାପ ବଢିବା ସହିତ କିଡ୍‌ନୀ ସମସ୍ୟା ରହିଛି । ବିଭିନ୍ନ ବିଶିଷ୍ଟ ବ୍ୟକ୍ତି ତାଙ୍କର ଦ୍ରୁତ ଆରୋଗ୍ୟ କାମନା କରିଛନ୍ତି । ଜୈବିକ ପଦ୍ଧତିରେ ବିଭିନ୍ନ କିସମର ଧାନ ଉତ୍ପାଦନ କରି ଚର୍ଚ୍ଚାକୁ ଆସିଥିଲେ କମଳା ପୂଜାରୀ । ଏଥିପାଇଁ ତାଙ୍କୁ ୨୦୧୯ରେ ପଦ୍ମଶ୍ରୀ ସମ୍ମାନରରେ ସମ୍ମାନିତ କରାଯାଇଥିଲା ।

Leave A Reply

Your email address will not be published.