ସ୍କୁଲ ଫି ହ୍ରାସ ମାମଲାରେ ସରକାରଙ୍କୁ ଜବାବ ମାଗିଲେ କୋର୍ଟ

0

କଟକ: ସ୍କୁଲ ଫି ମାମଲାରେ ହାଇକୋର୍ଟଙ୍କ ଶୁଣାଣି କରିଛନ୍ତି । ସରକାରଙ୍କ ପକ୍ଷରୁ ସତ୍ୟପାଠ ଦାଖଲ କରିବାକୁ ଏଜିଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ହାଇକୋର୍ଟ । କେତେ ପ୍ରତିଶତ ଫି କମାଇ ହେବ, ତାହା ସତ୍ୟପାଠ ଜରିଆରେ ଜଣାଇବାକୁ ନିର୍ଦ୍ଦେଶ ଦିଆଯାଇଛି । ଡିସେମ୍ବର ୨ ତାରିଖରେ ମାମଲାର ପରବର୍ତ୍ତୀ ଶୁଣାଣି ହେବ ।

କରୋନା ଯୋଗୁ ସ୍କୁଲ ଗୁଡିକ ବନ୍ଦ ରହିଛି । ଛାତ୍ରଛାତ୍ରୀମାନେ ସ୍କୁଲକୁ ଆସୁ ନ ଥିବା ବେଳେ ବେସରକାରୀ ସ୍କୁଲମାନେ ଫି କମାଇବା ନେଇ କୌଣସି ପଦକ୍ଷେପ ନେଇନାହାନ୍ତି । ଏହାକୁ ବିରୋଧ କରି ଅବିଭାବକ ସଂଘ ସ୍କୁଲ କୋର୍ଟଙ୍କ ଦ୍ୱାରସ୍ଥ ହୋଇଥିଲେ । ସେମାନେ ଅଭିଯୋଗ କରିଥିଲେ କି, ପିଲା ଯେତେବେଳେ ସ୍କୁଲ ଯାଉ ନାହାନ୍ତି ତ ଅବିଭାବକମାନେ କାହିଁକି ମାସିକ ଦେୟ ଦେବେ । ଏ ନେଇ ରାଜ୍ୟସରକାରଙ୍କର କିଛି ସ୍ୱତନ୍ତ୍ର ଗାଇଡଲାଇନ ନ ଥିବା ବେଳେ ବେସରକାରୀ ସ୍କୁଲ ସଂଘ ଛାତ୍ରଛାତ୍ରୀଙ୍କୁ ଅନଲାଇନ୍ ମାଧ୍ୟମରେ ଶିକ୍ଷାଦାନ କରାଯାଉଥିବା କହିଥିଲେ । ତେଣୁ ଅବିଭାବକମାନେ ମାସିକ ଦେୟ ଦେବାକୁ ବାଧ୍ୟ ବୋଲି ୟୁକ୍ତି ବାଢିଥିଲେ ।

Leave A Reply

Your email address will not be published.