୨୪ ଘଣ୍ଟାରେ ପ୍ରବଳ ବର୍ଷା! ଓଡ଼ିଶାର ୨୧ ଜିଲ୍ଲାକୁ ୟେଲୋ ଓ୍ଵାର୍ଣ୍ଣିଂ

0

ଭୁବନେଶ୍ୱର: ରାଜ୍ୟରେ କୌଣସି ପ୍ରକାରର ବଡ଼ ବର୍ଷାର ସମ୍ଭାବନା ନଥିବା ବେଳେ ଓଡିଶାର ଜିଲ୍ଲାଗୁଡ଼ିକରେ କିଛି ସ୍ଥାନରେ ହାଲୁକାରୁ ମଧ୍ୟମ ବର୍ଷା କିମ୍ବା ବଜ୍ରପାତ ହେବାର ସମ୍ଭାବନା ରହିଛି । ଏନେଇ ଆଜି ଅପରାହ୍ନରେ ଭାରତୀୟ ପାଣିପାଗ ବିଭାଗର ଭୁବନେଶ୍ୱରସ୍ଥିତ ଆଞ୍ଚଳିକ କାର୍ଯ୍ୟାଳୟ ପକ୍ଷରୁ ଜାରି ଏକ ସତର୍କ ସୂଚନାରେ କୁହାଯାଇଛି ।

 

ତେବେ, ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଅର୍ଥାତ୍‌ ୨୮ ତାରିଖ, ରବିବାର ମଧ୍ୟାହ୍ନ ସୁଦ୍ଧା ରାଜ୍ୟର ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଂଜାମ, ଗଜପତି, ସୁନ୍ଦରଗଡ଼, ଦେବଗଡ଼, କେନ୍ଦୁଝର, ମୟୂରଭଞ୍ଜ, ଅନୁଗୁଳ, ଢ଼େଙ୍କାନାଳ, କନ୍ଧମାଳ, ରାୟଗଡ଼ା, ମାଲକାନାଗିରି ଓ କୋରପୁଟ ପ୍ରଭୃତି ୨୧ଟି ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ବଜ୍ରପାତ ହେବାର ସମ୍ଭାବନା ରହିଛି। ଏହାକୁ ଦୃଷ୍ଟିରେ ରଖି ଏହି ସମସ୍ତ ଜିଲ୍ଲାଗୁଡ଼ିକୁ ମଧ୍ୟ ହଳଦିଆ ଚେତାବନୀ ବା ୟେଲୋଓ୍ଵାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ।

 

ସେହିପରିି ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଭୁବନେଶ୍ୱର ଓ କଟକ ଏବଂ ଏହାର ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ମଧ୍ୟାହ୍ନ ପରେ ଆକାଶ ଆଶିଂକ ମେଘୁଆ ରହିବା ସହ ଅପରାହ୍ନରୁ ସନ୍ଧ୍ୟା ମଧ୍ୟରେ ହାଲୁକା ବର୍ଷା ସହ କାଳବୈଶାଖୀ ହେବାର ସମ୍ଭାବନା ରହିଛି ବୋଲି ଜାରି ସତର୍କ ସୂଚନାରେ କୁହାଯାଇଛି। ଓଡ଼ିଶାର ମହାନାଦୀ ଏବଂ ସୁବର୍ଣ୍ଣରେଖା ନଦୀ ଉପତ୍ୟକାରେ ବନ୍ୟା ଆସିବା ପରେ ରାଜ୍ୟରେ ଆଜି ପ୍ରବଳ ବର୍ଷା ହେବାର ପୂର୍ବାନୁମାନ କରିଛି ପାଣିପାଗ ବିଭାଗ ।

Leave A Reply

Your email address will not be published.