ଓଡିଶାରେ ଆଉ ୪୨୦୯ କରୋନା ଆକ୍ରାନ୍ତ ଚିହ୍ନଟ

0

ଭୁବନେଶ୍ୱର: କରୋନାଭାଇରସର କାୟା ଦିନକୁ ଦିନ ବଢୁଥିବା ବେଳେ ଓଡିଶାରେ ଗତ ୨୪ ଘଣ୍ଟାରେ ନୂଆ ୪୨୦୯ କରୋନା ଆକ୍ରାନ୍ତ ବ୍ୟକ୍ତିଙ୍କୁ ଚିହ୍ନଟ କରାଯାଇଛି । ଯାହାକୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୧ ଲକ୍ଷ ୭୫ ହଜାର ୫୫୦ରେ ପହଞ୍ଚିଛି ।

ଏନେଇ ଟ୍ୱିଟ୍ କରିଛି ରାଜ୍ୟ ସୂଚନା ଓ ଲୋକସମ୍ପର୍କ ବିଭାଗ । ସମସ୍ତ ପଜିଟିଭଙ୍କ ମଧ୍ୟରୁ ୨୪୪୧ ଜଣ କ୍ୱାରେଣ୍ଟାଇନ ସେଣ୍ଟରର ଏବଂ ୧୭୬୮ ଜଣ ସ୍ଥାନୀୟ ବାସିନ୍ଦା ବୋଲି ଜଣାପଡିଛି । ପାଖାପାଖି ୪୧୦୧ ଜଣ କରୋନା ରୋଗୀ ସୁସ୍ଥ ହୋଇଛନ୍ତି ।

ଏହାବ୍ୟତିତ ଗୋଟିଏ ଦିନରେ ରାଜ୍ୟରେ ୪୮,୦୭୫ କରୋନା ନମୁନା ପରୀକ୍ଷା କରାଯାଇଛି । ତନ୍ମଧ୍ୟରୁ ୩୯,୬୫୭ ଜଣଙ୍କର ଆଣ୍ଟିଜେନ, ୮୨୭୧ଟି ଆରଟି-ପିସିଆର୍ ଓ ୧୪୭ଟି ଟ୍ରୁନଟ୍ ପରୀକ୍ଷା ହୋଇଥିବା ଜଣାପଡିଛି ।

ଉଲ୍ଲେଖଯୋଗ୍ୟ, ଓଡିଶାରେ ବର୍ତ୍ତମାନ ସୁଦ୍ଧା ୩୭ ହଜାର ୨୩୯ଟି ସକ୍ରିୟ ମାମଲା ରହିଥିବା ବେଳେ ମୋଟ୍ ୧,୩୭,୫୬୭ ଜଣ ଆରୋଗ୍ୟ ଲାଭ କରିଛନ୍ତି ।

Leave A Reply

Your email address will not be published.