ଆରପାରିରେ ବରିଷ୍ଠ ଆଇନଜୀବୀ ଅଶୋକ ମହାପାତ୍ର

0

ଭୁବନେଶ୍ୱର: ବରିଷ୍ଠ ଆଇନଜୀବୀ ଅଶୋକ ମହାପାତ୍ରଙ୍କ ପରଲୋକ । ମୃତ୍ୟୁ ବେଳକୁ ତାଙ୍କୁ ୬୨ ବର୍ଷ ବୟସ ହୋଇଥିଲା । ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ତାଙ୍କର ଦେହାନ୍ତ ହୋଇଛି। ଓଡିଶା ହାଇକୋର୍ଟ ବାର୍ ଆସୋସିଏସନ୍‌ର ପୂର୍ବତନ ସଭାପତି ଥିଲେ ଅଶୋକ ମହାପାତ୍ର।

ଅଶୋକ ମହାପାତ୍ରଙ୍କ ହେବ ଅସୁସ୍ଥ ହେବାରୁ ପରିବାର ଲୋକେ ତାଙ୍କୁ ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି କରାଇଥିଲେ । ଚିକିତ୍ସାଧିନ ଅବସ୍ଥାରେ ତାଙ୍କର ହୃଦଘାତରେ ମୃତ୍ୟୁ ହୋଇଥିବା ସୂଚନା ମିଳିଛି ।  ସେ ନିଜର ପରୋପକାରୀ ଗୁଣ ତଥା ସୁ ବ୍ୟବହାର ପାଇଁ କଟକ ତଥା ସାରା ଓଡ଼ିଶାରେ ବେଶ ପରିଚିତ ଥିଲେ।

Leave A Reply

Your email address will not be published.