ବିଜୟଶ୍ରୀ ରାଉତରାୟଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀଙ୍କ ଶୋକ ପ୍ରକାଶ

0

ଭୁବନେଶ୍ବର : ପରଲୋକରେ ପୂର୍ବତନ ମନ୍ତ୍ରୀ ତଥା ବିଧାୟକ ବିଜୟଶ୍ରୀ ରାଉତରାୟ । କରୋନାରେ ଆକ୍ରାନ୍ତ ହୋଇ ଭୁବନେଶ୍ବରର ଏକ ଘରୋଇ ହସ୍ପିଟାଲରେ ତାଙ୍କର ବିୟୋଗ ହୋଇଛି । ସ୍ବର୍ଗତ ବିଜୟଶ୍ରୀ ରାଉତରାୟଙ୍କ ବିୟୋଗରେ ଶୋକ ପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ସ୍ବର୍ଗତ ରାଉତରାୟ ଜଣେ ଲୋକପ୍ରିୟ ରାଜନେତା ତଥା ଅମାୟିକ ବ୍ୟକ୍ତିତ୍ବ ଥିଲଷ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି ।

ଦଳ ମତ ନିର୍ବିଶେଷରେ ସମସ୍ତଙ୍କ ପ୍ରିୟଭାଜନ ଥିଲେ ବିଜୟଶୟ୍ରୀ ରାଉତରାୟ । ରାଜ୍ୟ ସରକାରଙ୍କ ଜଣେ ମନ୍ତ୍ରୀ ଭାବରେ ସେ ବିଭିନ୍ନ ଗୁରୁତ୍ୱପୂର୍ଣ୍ଣ ବିଭାଗର ଦାୟିତ୍ୱ ଦକ୍ଷତାର ସହ ତୁଲାଇଥିଲେ । ତାଙ୍କ ବିୟୋଗ ରାଜ୍ୟ ପାଇଁ ଏକ ବିରାଟ କ୍ଷତି ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ । ସ୍ବର୍ଗତ ରାତରାୟଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ଶୋକସନ୍ତପ୍ତ ପରିବାର ବର୍ଗଙ୍କୁ ସମବେଦନା ଜଣାଇବା ସହ ଆମର ଆତ୍ମାର ସଦଗତି କାମନା କରିଛନ୍ତି ।

Leave A Reply

Your email address will not be published.