ନବରାତ୍ରି ୨୦୨୦: ଅଷ୍ଟମୀରେ କରନ୍ତୁ ମା’ଙ୍କ ମହାଗୌରୀ ପୂଜା, ସବୁ ପାପରୁ ମିଳିବ ମୁକ୍ତି

0

ନବରାତ୍ରୀ ଅଷ୍ଟମୀ ତିଥିରେ ମା’ ମହାଗୌରୀଙ୍କୁ ପୂଜା କରାଯାଏ। ଭଗବାନ ଶିବଙ୍କ ପ୍ରତି ମା’ ମହାଗୌରୀ କଠୋର ପୂଜା କରିଥିଲେ ଯେଉଁଥି ପାଇଁ ତାଙ୍କ ଶରୀର କଳା ପଡିଯାଇଥିଲା। ଯେତେବେଳେ ଭଗବାନ ଶିବ ତାଙ୍କୁ ଦର୍ଶନ ଦେଇଥିଲେ ସେତେବେଳେ ତାଙ୍କ କୃପାରୁ ମା’ ମହାଗୌରୀଙ୍କ ଶରୀର ଅତ୍ୟନ୍ତ ଗୋରା ହୋଇଯାଇଥିଲା। ସେଥିପାଇଁ ତାଙ୍କ ନାମ ମା’ ଗୌରୀ। କୁହାଯାଏ କି ମାତା ସୀତା ଶ୍ରୀରାମଙ୍କୁ ପାଇବା ପାଇଁ ଏହାକୁ ପୂଜା କରିଥିଲେ।

ମା’ ଗୌରୀ ଶ୍ୱେତ ବର୍ଣ୍ଣର ହୋଇଥିବାରୁ ତାଙ୍କର ଧ୍ୟାନ କରିବା ଅତ୍ୟନ୍ତ ଲାଭକାରୀ ହୋଇଥାଏ। ବିବାହ ସମ୍ବନ୍ଧୀୟ ସମସ୍ତ ବାଧାବିଘ୍ନ ନିବାରଣ ହୋଇଥାଏ। ଜ୍ୟୋତିଷ ଶାସ୍ତ୍ରରେ ମା’ ଗୌରୀଙ୍କ ସମ୍ବନ୍ଧ ଶୁକ୍ର ଗ୍ରହ ସହିତ ରହିଥାଏ।

ପାପରୁ ମୁକ୍ତି ଦିଅନ୍ତି ମା’ ମହାଗୌରୀ:

ଅଷ୍ଟମୀରେ ମା’ ଗୌରୀଙ୍କ ପୂଜା କରିବା ବହୁତ ଫଳଦାୟୀ ହୋଇଥାଏ। କୁହାଯାଏ କି, ମା’ ମହାଗୌରୀ ମାତାଙ୍କୁ ପୂଜା କରିବା ଦ୍ୱାରା ପାପରୁ ମୁକ୍ତି ମିଳିଥାଏ ଏବଂ ମନରେ ବିଚାର ଶୁଦ୍ଧତା ଆସିଥାଏ। ମା’ ମହାଗୌରୀ ସବୁପ୍ରକାର ନକାରାତ୍ମକତା ଦୂର କରିଥାନ୍ତି।

ମା’ ମହାଗୌରୀଙ୍କୁ ପୂଜା କରିବା ପାଇଁ ହଳଦିଆ ରଙ୍ଗର ବସ୍ତ୍ର ପିନ୍ଧି ଆରମ୍ଭ କରନ୍ତୁ। ମା’ଙ୍କ ସମ୍ମୁଖରେ ଦୀପ ଲଗାନ୍ତୁ ଏବଂ ଧ୍ୟାନ କରନ୍ତୁ। ପୂଜାରେ ମା’ଙ୍କୁ ଧଳା କିମ୍ବା ହଳଦିଆ ରଙ୍ଗର ଫୁଲ ଅର୍ପିତ କରନ୍ତୁ। ତା’ ପରେ ମନ୍ତ୍ର ଜପ କରନ୍ତୁ।

Leave A Reply

Your email address will not be published.