ବରିଷ୍ଠ ଆଇଏଏସ୍ ସ୍ତରରେ ଅଦଳବଦଳ

0

ଭୁବନେଶ୍ବର : ବରିଷ୍ଠ ଆଇଏଏସ୍ ସ୍ତରରେ ଅଦଳବଦଳ କରିଛନ୍ତି ରାଜ୍ୟ ସରକାର । ଆଇଏଏସ୍ ଅଶୋକ ମୀନାଙ୍କୁ ପଞ୍ଚାୟତିରାଜ ଓ ପାନୀୟ ଜଳ ବିଭାଗର ପ୍ରମୁଖ ସଚିବ ଭାବେ ଦାୟିତ୍ବ ଦିଆଯାଇଛି । ଅଶୋକ ମୀନା ଏବେ ଅର୍ଥ ବିଭାଗର ପ୍ରମୁଖ ସଚିବ ଭାବେ କାର୍ଯ୍ୟ କରୁଛନ୍ତି । ସେହିପରି ପର୍ଯ୍ୟଟନ ଓ କ୍ରୀଡ଼ା ବିଭାଗ ପ୍ରମୁଖ ସଚିବ ବିଶାଳ ଦେବଙ୍କୁ ଅର୍ଥ ବିଭାଗ ପ୍ରମୁଖ ସଚିବ ଭାବେ ଦାୟିତ୍ବ ଦିଆଯାଇଛି ।

ପଞ୍ଚାୟତିରାଜ ବିଭାଗ ପ୍ରମୁଖ ସଚିବ ଥିବା ଡି.କେ ସିଂହଙ୍କୁ ଷ୍ଟିଲ୍ ଏବଂ ଖଣିଜ ସମ୍ପଦକ ବିଭାଗ ପ୍ରମୁଖ ସଚିବ ଭାବେ ଦାୟିତ୍ବ ଦିଆଯାଇଛି । ଷ୍ଟିଲ୍ ଓ ଖଣିଜ ସମ୍ପଦ ବିଭାଗ ପ୍ରମୁଖ ସଚିବ ଥିବା ସୁରେନ୍ଦ୍ର କୁମାରଙ୍କୁ ସାଧାରଣ ପ୍ରଶାସନ ବିଭାଗର ପ୍ରମୁଖ ସଚିବ ଦାୟିତ୍ବ ଦିଆଯାଇଛି । ଏହାସହ ପର୍ଯ୍ୟଟନ ବିଭାଗର ଅତିରିକ୍ତ ଦାୟିତ୍ୱ ମଧ୍ୟ ତୁଲାଇବେ ସୁରେନ୍ଦ୍ର କୁମାର । ମୁଖ୍ୟମନ୍ତ୍ରୀଙ୍କ ସ୍ୱତନ୍ତ୍ର ସଚିବ ଥିବା ଆର ଭିନିଲ୍‌ କ୍ରିଷ୍ଣାଙ୍କୁ କ୍ରୀଡ଼ା ଓ ଯୁବ ବ୍ୟପାର ବିଭାଗ ଅତିରିକ୍ତ ଦାୟିତ୍ୱ ଦିଆଯାଇଛି ।

Leave A Reply

Your email address will not be published.