ମର୍ମନ୍ତୁଦ ଦୁର୍ଘଟଣା ,ଗଛରେ ପିଟିହେଲା କାର୍
ସାନଖେମୁଣ୍ଡି ( ୦୨/୦୮) : ମର୍ମନ୍ତୁଦ ଦୁର୍ଘଟଣା । ଭାରସାମ୍ୟ ହରାଇ ଗଛରେ ପିଟିହେଲା କାର୍। ଗଞ୍ଜାମ ଜିଲ୍ଲା ପାଟପୁର ଥାନା ଅନ୍ତର୍ଗତ ତପ୍ତପାଣି ଘାଟୀରେ ଏଭଳି ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ଏହି ଦୁର୍ଘଟଣାରେ ୩ ଜଣ ଆହତ ହୋଇଥିବା ବେଳେ ଅନ୍ୟ ଜଣେ ଗୁରୁତର ହୋଇଛନ୍ତି।
ସୂଚନାନୁସରେ , ଗଞ୍ଜାମ ଜିଲ୍ଲା ପାଟପୁର ଥାନା ଅନ୍ତର୍ଗତ ତପ୍ତପାଣି ଘାଟୀରେ ଦୁର୍ଘଟଣା ଘଟିଛି। ଓଆର୦୨ଏଏମ୍୧୨୭୫ ନମ୍ବର ବିଶିଷ୍ଟ ଏକ କାର୍ ଭୁବନେଶ୍ଵରରୁ କୋରାପୁଟ ଯାଉଥିବା ବେଳେ ତପ୍ତପାଣି ଘାଟୀ ଖେମୁଣ୍ଡି ଖୋଲ ନିକଟରେ ଭାରସାମ୍ୟ ହରାଇ ଏକ ଗଛରେ ପିଟି ହୋଇ ୩ ଜଣ ଆହତ ହୋଇଥିବା ବେଳେ ଅନ୍ୟ ଜଣେ ଗୁରୁତର ହୋଇଛନ୍ତି। ସମସ୍ତ ଗୁରୁତର ଆହତଙ୍କୁ ଉଦ୍ଧାର କରି ସ୍ଥାନୀୟ ଲୋକେ ଦିଗପହଣ୍ଡି ମେଡିକାଲରେ ଭର୍ତ୍ତି କରିଥିଲେ। ସେଠାରେ ପ୍ରାଥମିକ ଚିକିତ୍ସା ପରେ ଗୁରୁତରଙ୍କୁ ବ୍ରହ୍ମପୁର ଏମକେସିଜିରେ ଭର୍ତ୍ତି କରାଯାଇଛି। ଘଟଣାସ୍ଥଳରେ ପାଟପୁର ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି । ତେବେ କାର୍ ଭିତରେ ୫ ଜଣ ରହିଥିବା ସୂଚନା ମିଳିଛି।