ରାଜ୍ୟରେ ଆଉ ୯ କରୋନା ରୋଗୀଙ୍କ ମୃତ୍ୟୁ

0

ଭୁବନେଶ୍ୱର: ରାଜ୍ୟରେ ଶନିବାର ଦିନ ଆଉ ୯ଜଣ କୋଭିଡ-୧୯ ଆକ୍ରାନ୍ତ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଛି । ଯାହାକୁ ମିଶାଇ ରାଜ୍ୟରେ କରୋନା ମୃତକଙ୍କ ସଂଖ୍ୟା ୬୯୧ରେ ପହଞ୍ଚିଛି ।

ସ୍ୱାସ୍ଥ୍ୟ ବିଭାଗର ସୂଚନାନୁସାରେ, ବରଗଡରୁ ୨, ଭଦ୍ରକରୁ ୧, ବଲାଙ୍ଗିରରୁ ୧, କଟକରୁ ୧, ଗଜପତିରୁ ୧, ପୁରୀରୁ ୧, ରାୟଗଡାରୁ ୧ ଓ ସମ୍ବଲପୁରରୁ ଜଣେ କରୋନା ବ୍ୟକ୍ତିଙ୍କ ମୃତ୍ୟୁ ଘଟିଛି । ବରଗଡରୁ ୬୩ ବର୍ଷ ବୟସ୍କ ପୁରୁଷ ଓ ୫୫ ବର୍ଷ ବର୍ଷୀୟ ମହିଳାଙ୍କ ମୃତ୍ୟୁ ହୋଇଥିବା ବେଳେ ଦୁହେଁ ମଧୁମେହରେ ପିଡିତ ଥିଲେ । ଭଦ୍ରକରୁ ଜଣେ ୫୨ ବର୍ଷ ବୟସ୍କଙ୍କ ମୃତ୍ୟୁ ହୋଇଛି । ବଲାଙ୍ଗିରରୁ ଜଣେ ୫୫ ବର୍ଷ ବୟସ୍କ ରହିଛନ୍ତି । କଟକରୁ ଜଣେ ୭୮ ବର୍ଷ ବୟସ୍କ ମହିଳାଙ୍କ ମୃତ୍ୟୁ ହୋଇଛି । ଗଜପତିରୁ ଜଣେ ୩୭ ବର୍ଷ ବୟସ୍କଙ୍କ ମୃତ୍ୟୁ ହୋଇଛି । ପରୀରୁ ଜଣେ ୭୩ ବର୍ଷ ବୟସ୍କଙ୍କ ମୃତ୍ୟୁ ହୋଇଛି । ରାୟଗଡାରୁ ଜଣେ ୫୨ ବର୍ଷ ବୟସ୍କଙ୍କ ମୃତ୍ୟୁ ହୋଇଛି ।

Leave A Reply

Your email address will not be published.