ଗୃହମନ୍ତ୍ରୀଙ୍କୁ କରୋନା
ନୂଆଦିଲ୍ଲୀ : ଦିନକୁ ଦିନ ମହାମାରୀ ସଂକ୍ରମଣ ବଢୁଥିବାବେଳେ ଆଜି ଗୃହମନ୍ତ୍ରୀ ଅମିତ ଶାହ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏନେଇ ସେ ନିଜେ ଟ୍ୱିଟ୍ ଯୋଗେ ସୂଚନା ଦେଇଛନ୍ତି । ଟ୍ୱିଟରେ ଶାହ କହିଛନ୍ତି ଯେ, ତାଙ୍କଠାରେ କରୋନାର ପ୍ରାରମ୍ଭିକ ଲକ୍ଷଣ ଦେଖିବାକୁ ମିଳିଥିଲା । ଏହାପରେ ଟେଷ୍ଟ କରିଥିଲେ । ଟେଷ୍ଟ ରିପୋର୍ଟ ପଜିଟିଭ୍ ଆସିଛି । ତାଙ୍କ ସ୍ୱାସ୍ଥ୍ୟାବସ୍ଥା ଭଲ ରହିଛି । କିନ୍ତୁ ଡାକ୍ତରଙ୍କ ପରାମର୍ଶକ୍ରମେ ସେ ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି ।ଏହାସହ ଗତ କିଛିଦିନ ଧରି ଯେଉଁମାନେ ତାଙ୍କ ସମ୍ପର୍କରେ ଆସିଛନ୍ତି ସମସ୍ତଙ୍କୁ କ୍ୱାରେଣ୍ଟାଇନରେ ରହିବାକୁ ଶାହ ଅନୁରୋଧ କରିଛନ୍ତି ।
कोरोना के शुरूआती लक्षण दिखने पर मैंने टेस्ट करवाया और रिपोर्ट पॉजिटिव आई है। मेरी तबीयत ठीक है परन्तु डॉक्टर्स की सलाह पर अस्पताल में भर्ती हो रहा हूँ। मेरा अनुरोध है कि आप में से जो भी लोग गत कुछ दिनों में मेरे संपर्क में आयें हैं, कृपया स्वयं को आइसोलेट कर अपनी जाँच करवाएं।
— Amit Shah (@AmitShah) August 2, 2020