ଇସ୍ତଫା ଦେଲେ ସାଂସଦ ପ୍ରତାପ ଷଡ଼ଙ୍ଗୀ
ନୂଆଦିଲ୍ଲୀ: ଆଜି ମନ୍ତ୍ରିମଣ୍ଡଳ ଅଦଳବଦଳ ପୂର୍ବରୁ ଇସ୍ତଫା ଦେଇଛନ୍ତି ସାଂସଦ ପ୍ରତାପ ଷଡ଼ଙ୍ଗୀ। ସେ ୨୦୧୯ରେ ମୋଦୀଙ୍କ ମନ୍ତ୍ରିମଣ୍ଡଳରେ ସ୍ଥାନ ପାଇଥିଲେ। ପଶୁପାଳନ, ଦୁଗ୍ଧ ଏବଂ ମତ୍ସ୍ୟ ଏବଂ ଏମଏସ୍ଏମଇ ମନ୍ତ୍ରୀ ଭାବରେ କାର୍ଯ୍ୟ କରୁଥିଲେ। ଲୋକସଭା ନିର୍ବାଚନରେ ବାଲେଶ୍ୱରରୁ ଜିତିବା ପରେ ତାଙ୍କୁ ରାଷ୍ଟ୍ରମନ୍ତ୍ରୀ କରାଯାଇଥିଲା।
ଶିକ୍ଷା ମନ୍ତ୍ରୀ ରମେଶ ପୋଖରିଆଲ ନିଶଙ୍କ ଏବଂ ଶ୍ରମ ମନ୍ତ୍ରୀ ସନ୍ତୋଷ ଗଙ୍ଗୱାରଙ୍କ ପରେ ସେ ଇସ୍ତଫା ଦେଇଥିବା ତୃତୀୟ କେନ୍ଦ୍ର ମନ୍ତ୍ରୀ। ଏହି ପଦରେ ପ୍ରାୟ ୨ ବର୍ଷ ରହିବା ପରେ ସେ ଆଜି ମନ୍ତ୍ରିମଣ୍ଡଳ ଅଦଳବଦଳ ପୂର୍ବରୁ ଇସ୍ତଫା ଦେଇଛନ୍ତି।