ପୁରୀରେ ପହଞ୍ଚିଲେ ରାଷ୍ଟ୍ରପତି ରାମନାଥ କୋବିନ୍ଦ

0

ପୁରୀ: ପୁରୀରେ ପହଞ୍ଚିଲେ ରାଷ୍ଟ୍ରପତି ରାମନାଥ କୋବିନ୍ଦ । ପୁରୀ ତାଳବଣିଆ ହେଲିପ୍ୟାଡରେ ପହଞ୍ଚିଲେ ରାଷ୍ଟ୍ରପତି । ପ୍ରଥମେ ବାୟୁସେନାର ସ୍ୱତନ୍ତ୍ର ହେଲିକପ୍ଟର ଯୋଗେ  ଭୁବନେଶ୍ୱରରେ ପହଞ୍ଚିଲେ ରାଷ୍ଟ୍ରପତି ରାମନାଥ କୋବିନ୍ଦ । ରାଜ୍ୟପାଳ ପ୍ରଫେସର୍ ଗଣେଶୀ ଲାଲ ଓ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏଠାରେ ତାଙ୍କୁ ସ୍ବାଗତ କରିଛନ୍ତି। ଏହି ଅବସରରେ ଭୁବନେଶ୍ବର ସାଂସଦ ଅପରାଜିତା ଷଡ଼ଙ୍ଗୀ, ମୁଖ୍ୟ ଶାସନ ସଚିବ ସୁରେଶ ମହାପାତ୍ର, ପୁଲିସ ଡିଜି ସୁନୀଲ ବଂଶଲ ଓ ବିଜେପି ରାଜ୍ୟ ସଭାପତି ସମୀର ମହାନ୍ତି ପ୍ରମୁଖ ଉପସ୍ଥିତ ରହିଥିବା ଜଣାଯାଇଛି।

ଏହାପରେ ଭୁବନେଶ୍ୱରରୁ ହେଲିକପ୍ଟର ଯୋଗେ ପୁରୀରେ ପହଞ୍ଚିଛନ୍ତି ରାଷ୍ଟ୍ରପତି ।  ଏହାପରେ ଭୁବନେଶ୍ୱର ଏୟାରପୋର୍ଟରୁ ପୁରୀ ଯାତ୍ରା କଲେ ରାଷ୍ଟ୍ରପତି । ବାୟୁସେନା ହେଲିକପ୍ଟର ଯୋଗେ ପୁରୀ ଯାତ୍ରା କରିଛନ୍ତି ।

ଅପରାହ୍ନ ୫ଟାରେ ରାଷ୍ଟ୍ରପତି ଶ୍ରୀମନ୍ଦିର ଯାଇ ମହାପ୍ରଭୁଙ୍କ ଦର୍ଶନ କରି ୫ଟା ୪୫ ମିନିଟ୍‌ରେ ବାହାରିବେ। ଏଥିପାଇଁ ଆଜି ଅପରାହ୍ନ ୪ଟାରୁ ୬ଟା ଯାଏ ଶ୍ରୀମନ୍ଦିରରେ ସାଧାରଣ ଦର୍ଶନ ବନ୍ଦ ରହିବ ।

ସଂଧ୍ୟା ୫ଟାରେ ଶ୍ରୀମନ୍ଦିରଠାରେ ପହଞ୍ଚିବା ପରେ ସିଂହଦ୍ବାର ଦେଇ ଶ୍ରୀମନ୍ଦିରରେ ପ୍ରବେଶ କରିବେ। ଗର୍ଭଗୃହରୁ ମହାପ୍ରଭୁଙ୍କ ଦର୍ଶନ ପରେ ମା’ ବିମଳା, ମହାଲକ୍ଷ୍ମୀଙ୍କ ମନ୍ଦିର ଯାଇ ଦର୍ଶନ କରିବେ । ପ୍ରାୟ ୪୫ ମିନିଟ୍‌ ଶ୍ରୀମନ୍ଦିର ଭିତରେ ରହିବା ପରେ ସଂଧ୍ୟା ୫ଟା ୪୫ରେ ସିଂହଦ୍ବାର ଦେଇ ବାହାରି ରାଜଭବନ ଯିବେ । ମହାପ୍ରଭୁଙ୍କ ଦର୍ଶନ ସାରି ରାଷ୍ଟ୍ରପତି ରାଜଭବନରେ ରାତ୍ରୀ ଯାପନ କରିବା ପାଇଁ ବ୍ୟବସ୍ଥା ହୋଇଛି।

ସେହିପରି ଆସନ୍ତାକାଲି ଅର୍ଥାତ୍ ୨୦ ତାରିଖ ସକାଳ ୧୦ଟା ୩୫ ମିନିଟ୍‌ରେ ରାଷ୍ଟ୍ରପତି ଗୌଡୀୟ ମଠ ପରିଦର୍ଶନ କରି ପୂର୍ବାହ୍ନ ୧୧ଟାରେ ଗୌଡୀୟ ମିଶନର ପ୍ରତିଷ୍ଠାତାଙ୍କ ୧୫୦ତମ ଜୟନ୍ତୀ ସମାରୋହ ଉତ୍ସବରେ ଯୋଗ ଦେବେ। ରାଷ୍ଟ୍ରପତିଙ୍କ ଦୁଇ ଦିନିଆ ଗସ୍ତ ପାଇଁ ବ୍ଲୁ ବୁକ୍ ବ୍ୟବସ୍ଥା ଅନୁଯାୟୀ, ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି ।

Leave A Reply

Your email address will not be published.