ଅବପାତର ରୂପ ନେଲା ଲଘୁଚାପ, ପ୍ରବଳ ବର୍ଷିବ

0

ଭୁବନେଶ୍ୱର: ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଅବପାତର ରୂପ ନେଇଛି । ଏବେ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ଉପେର ଏହା ରହିଛି । ଆସନ୍ତା ୨୪ ଘଂଟା ଭିତରେଏହା ତୀବ୍ର ଅବପାତରେ ରୂପ ନେବାକୁ ଯାଉଥିବା ଆକଳନ କରିଛି ପାଣିପାଗ ବିଭାଗ ।

ଦକ୍ଷିଣ-ଦକ୍ଷିଣ ପୂର୍ବ ଦିଗରେ ବିଶାଖାପାଟଣା ଠାରୁ ଏହା ୪୩୦ କିଲୋମଟିର ଦୁରରେ ଗତି କରୁଥିବା ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି । ଏପଟେ ଆଜିଠୁ ଦକ୍ଷିଣ ଓ ଉପକୂଳ ଓଡ଼ିଶାରେ ପ୍ରବଳ ବର୍ଷା ନେଇ ପାଣିପାଗ ବିଭାଗ ଆକଳନ କରିଛି । ଆସନ୍ତା ୧୨ ଏବଂ ୧୩ରେ ଦକ୍ଷିଣ ଉପକୂଳ, ଉତର ଉପକୂଳ ଓ ଉତର ଆଭ୍ୟନ୍ତରୀଣ ଓଡ଼ିଶାର ୭ଟି ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ ।

ଗଜପତି, ଗଞ୍ଜାମ, ପୁରୀ, ରାୟଗଡ଼ା, ଜଗତସିଂହପୁର, ମାଲକାନଗିରି, କୋରାପୁଟ ପ୍ରବଳ ବର୍ଷା ନେଇ ସମ୍ଭାବନା ରହିଛି । ଆସନ୍ତା ୧୩ ତାରିଖରେ ଗଜପତି, ଗଞ୍ଜାମ, ପୁରୀ, ରାୟଗଡ଼ା, କୋରାପୁଟ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ। ବିଶେଷକରି ଉପକୂଳବର୍ତୀ ଜିଲ୍ଲାଗୁଡିକରେ ଅଧିକ ବର୍ଷା ହେବ । ଏହି ସମୟରେ ଓଡିଶା ଉପକୂଳରେ ଘଂଟା ପ୍ରତି ୪୫ରୁ ୫୫ କିଲୋମିଟର ବେଗରେ ପବନ ବୋହିବା ସହ ମଝିରେ ମଝିରେ ୬୫ କିଲୋମିଟର ବେଗରେ ପବନ ବୋହିପାରେ । ଏଣୁ ୧୧ରୁ ୧୩ ତାରିଖ ଯାଏଁ ସମୁଦ୍ର ଭିତରକୁ ଯିବାକୁ ବାରଣ କରାଯାଇଛି ।

Leave A Reply

Your email address will not be published.