ଦୀପାବଳି ପର୍ଯ୍ୟନ୍ତ ରାଜ୍ୟରେ କୋହଲା ରହିବ ପାଗ

0

ଭୁବନେଶ୍ବର : ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ଆଜି ଲଘୁଚାପରେ ପରିଣତ ହୋଇଛି । ଏହା ଦକ୍ଷିଣ ପଶ୍ଚିମ ବଙ୍ଗୋପସାଗର ଠାରୁ ଶ୍ରୀଲଙ୍କା ଦେଇ ଉତ୍ତର ପଶ୍ଚିମ ବଙ୍ଗୋପସାଗର ପର୍ଯ୍ୟନ୍ତ ଲମ୍ବିଛି । ଏହାର ପ୍ରଭାବରେ ଉତ୍ତର ଉପକୂଳ ଓଡ଼ିଶା ସମେତ ଦକ୍ଷିଣ ଓଡ଼ିଶାର ଗୋଟିଏ ଦୁଇଟି ସ୍ଥାନରେ ସାମାନ୍ୟରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି । ବିଶେଷକରି ମାଲକାନଗିରି, କୋରାପୁଟ, ରାୟଗଡ଼ା, କନ୍ଧମାଳ, ଗଞ୍ଜାମ, ଗଜପତି, ନବରଙ୍ଗପୁର, ବାଲେଶ୍ବର, ଭଦ୍ରକ ଜିଲ୍ଲାରେ ବର୍ଷା ହେବାର ସମ୍ଭାବନା ରହିଛି ।

 

ସେପଟେ ଦୀପାବଳି ପର୍ଯ୍ୟନ୍ତ ରାଜ୍ୟରେ କୋହଲା ରହିବ ପାଗ । ଉପାନ୍ତରୁ ଉପକୂଳ ସବୁଠି ଆକାଶ ମେଘୁଆ ରହିବା ସହ ଉତ୍ତରା ପବନ ବହିବ । ବିଶେଷ କରି ସମୁଦ୍ରରୁ ସ୍ଥଳଭାଗ ଆଡକୁ ପବନ ବହୁଥିବାରୁ ରାଜ୍ୟରେ ଶୀତ ପଡ଼ିବା ଆରମ୍ଭ ହୋଇଛି । ରାତିର ଅବଧି ବଢ଼ିବା ସହ ଅଧିକାଂଶ ଜିଲ୍ଲାରେ ତାପମାତ୍ରା କମିବା ଆରମ୍ଭ ହୋଇଛି । ଉପକୂଳ ଜିଲ୍ଲା ଅପେକ୍ଷା ଆଭ୍ୟନ୍ତରୀଣ ଓଡ଼ିଶାରେ ୧ରୁ ୨ ଡିଗ୍ରୀ ତାପମାତ୍ରା କମିଥିବା ସୂଚନା ଦେଇଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର ।

Leave A Reply

Your email address will not be published.